ବରଗଡ଼ ବିଜେପୁର ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ସେପ୍ଟେମ୍ବର ୩୦ ତାରିଖ ଯାଏ ନାମାଙ୍କନ ଦାଖଲ

ଭୁବନେଶ୍ୱର: ବରଗଡ଼ ଜିଲ୍ଲା ଅନ୍ତର୍ଗତ ବିଜେପୁର ବିଧାନସଭା ଉପନିର୍ବାଚନ ନିମନ୍ତେ ସୋମବାର ଦିନ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ଠାରୁ ସେପ୍ଟେମ୍ବର ୩୦ ତାରିଖ ଯାଏଁ ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀପତ୍ର ଦାଖଲ ଚାଲିବ। ଦାଖଲ ହୋଇଥିବା ପ୍ରାର୍ଥୀପତ୍ରଗୁଡ଼ିକୁ ଅକ୍ଟୋବର ୧ ତାରିଖ ଦିନ ଯାଞ୍ଚ କରାଯିବ। ପ୍ରାର୍ଥୀପତ୍ର ଫେରସ୍ତ ନେବାକୁ ଚାହୁଁଥିବା ପ୍ରାର୍ଥୀମାନେ ଅକ୍ଟୋବର ୩ ତାରିଖ ମଧ୍ୟରେ ସେମାନଙ୍କର ପ୍ରାର୍ଥୀପତ୍ର ଫେରସ୍ତ ନେଇ ପାରିବେ। ଅକ୍ଟୋବର ୨୧ ତାରିଖ ସକାଳ ୭ଟାରୁ ସନ୍ଧ୍ୟା ୫ଟା ଯାଏଁ ଭୋଟ୍‌ ଗ୍ରହଣ କରାଯିବ।

Leave a Reply

Your email address will not be published. Required fields are marked *

You may use these HTML tags and attributes: <a href="" title=""> <abbr title=""> <acronym title=""> <b> <blockquote cite=""> <cite> <code> <del datetime=""> <em> <i> <q cite=""> <s> <strike> <strong>