ବିଧାନସଭାରେ ରାଜ୍ୟପାଳ ଗଣେଶୀ ଲାଲଙ୍କୁ ଦିଆଗଲା ଗାର୍ଡ ଅଫ ଅନର; ଆରମ୍ଭ ହେଲା ବଜେଟ୍ ଅଧିବେଶନ

ଭୁବନେଶ୍ବର: ଆଜି ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି। ବିଧାନସଭାରେ ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍‌ଙ୍କ ଅଭିଭାଷଣରୁ ବଜେଟ ଅଧିବେଶନ ଆରମ୍ଭ ହୋଇଛି। ତେବେ ରାଜ୍ୟପାଳଙ୍କ ଅଭିଭାଷଣ ବେଳେ କଂଗ୍ରେସ ସଦସ୍ୟମାନେ କକ୍ଷତ୍ୟାଗ କରିଥିଲେ। ଅଭିଭାଷଣ ଆରମ୍ଭରୁ ସହିଦ ଓ ଦିବଙ୍ଗତ ନେତାଙ୍କ ବିୟୋଗରେ ଶୋକପ୍ରସ୍ତାବ ଆଗତ କଲେ ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍‌ । ଏହାପରେ ବଜେଟ୍ ଅଭିଭାଷଣରେ, ‘ମୋ ସରକାର’ କାର୍ଯ୍ୟକ୍ରମକୁ ପ୍ରଶଂସା କଲେ ରାଜ୍ୟପାଳ । ଲୋକଙ୍କ ସୁବିଧା ପାଇଁ ‘ମୋ ସରକାର’ ଆରମ୍ଭ କରାଯାଇଛି | ‘ମୋ ସରକାର’ ଲୋକଙ୍କ ସୁବିଧା ପାଇଁ ଆରମ୍ଭ ହୋଇଛି । ୫- ଟି ଜରିଆରେ ପ୍ରଶାସନକୁ ଅଧିକ କ୍ରିୟାଶୀଳ କରାଯାଇଛି । ଏହାଦ୍ୱାରା ରାଜ୍ୟର ସ୍ୱାସ୍ଥ୍ୟ, ଶିକ୍ଷା ଆଦି କ୍ଷେତ୍ରରେ ଅଧିକ ପ୍ରଗତି ହୋଇପାରିଛି । କେବଳ ଏତିକି ନୁହେଁ ରାଜ୍ୟ ସରକାରଙ୍କ କାଳିଆ ଯୋଜନାକୁ ମଧ୍ୟ ରାଜ୍ୟପାଳ ପ୍ରଶଂସା କରିଛନ୍ତି । ଆଉ କହିଛନ୍ତି କି, ଚାଷୀଙ୍କ ଆୟ ଦୁଇ ଗୁଣା ହୋଇଛି । ଛାତ୍ରଛାତ୍ରୀଙ୍କ ପାଇଁ କାଳିଆ ଛାତ୍ର ବୃତ୍ତି ଯୋଜନା ଲାଗୁ ହୋଇଛି । ସେହିଭଳି ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ମୋ ସରକାର ଗୁରୁତ୍ବ ଦେଉଛନ୍ତି । ଶ୍ରୀମନ୍ଦିରର ବିକାଶ ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି, ଯାହାର ଝଲକ ନିକଟରେ ହୋଇଥିବା ଶ୍ରୀମନ୍ଦିରର ବିଭିନ୍ନ ସୌନ୍ଦର୍ଯ୍ୟକରଣ କାର୍ଯ୍ୟରୁ ଦେଖିବାକୁ ମିଳିଛି । ଠିକ୍ ସେହିପରି ଶ୍ରୀଲିଙ୍ଗରାଜ ମନ୍ଦିର ବିକାଶ ପାଇଁ ପଦକ୍ଷେପ ନେଉଛନ୍ତି ସରକାର । ଅନ୍ୟପଟେ ରାଜ୍ୟରେ ଦାରିଦ୍ର୍ୟ ଦୂର କରିବାକୁ ପଦକ୍ଷେପ ନିଆଯାଇଛି । ଉଠା ଜଳସେଚନ ଜରିଆରେ ଚାଷୀଙ୍କୁ ଜଳଯୋଗାଣ ଦିଗକୁ ଅଧିକ ଗୁରୁତ୍ୱ ଦିଆଯାଇଛି। ରାଜ୍ୟର ୧୧ଟି ଜିଲ୍ଲାର ୫୫ ବ୍ଲକରେ ‘ଓଡ଼ିଶା ମିଲେଟ୍ ମିସନ୍’ ନାମକ ଏକ ଯୋଜନାର ଶୁଭାରମ୍ଭ ହୋଇଛି ।

Leave a Reply

Your email address will not be published. Required fields are marked *

You may use these HTML tags and attributes: <a href="" title=""> <abbr title=""> <acronym title=""> <b> <blockquote cite=""> <cite> <code> <del datetime=""> <em> <i> <q cite=""> <s> <strike> <strong>