ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ୯ଟି ଜିଲ୍ଲାରେ କୋହଲା ପାଗ ସାଙ୍ଗକୁ ଘଡ଼ଘଡ଼ି ବର୍ଷା |

ଭୁବନେଶ୍ବର: ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ଯେ ସୋମବାର ଦିନ ଓଡ଼ିଶାରେ ବର୍ଷ ଜାରି ରହିବ। ରାଜ୍ୟର ନଅଟି ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ମଧ୍ୟ ଦିଆଯାଇଛି। ଖବର ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଜିଲ୍ଲାର କିଛି ଅଂଶରେ ହାଲୁକା ଓ ମଧ୍ୟମ ବୃଷ୍ଟିପାତ ହୋଇଥିଲା । ରାଜ୍ୟର ପାଞ୍ଚଟି ସ୍ଥାନରେ ଘନ କୁହୁଡ଼ି ମଧ୍ୟ ଦେଖିବାକୁ ମିଳିଥିଲା।

ଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଉଛି ଭଦ୍ରକ, ବାଲେଶ୍ୱର, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ କଟକ। ଏହି ସବୁ ଜିଲ୍ଲା ଗୁଡ଼ିକରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ସୋମବାର ସକାଳ ସୁଦ୍ଧା ୯ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

Leave a Reply

Your email address will not be published. Required fields are marked *