ପୂର୍ବତନ ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର କରୋନା ସଂକ୍ରମିତ

ନୂଆଦିଲ୍ଲୀ : ପୂର୍ବତନ ଭାରତୀୟ କ୍ରିକେଟର ଓ ରାଜ୍ୟସଭା ସାଂସଦ ଗୌତମ ଗମ୍ଭୀର କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେ ନିଜେ ସୋସିଆଲ ମିଡିଆରେ ଏନେଇ ସୂଚନା ଦେଇଛନ୍ତି। ତାଙ୍କର କରୋନାର ସ୍ୱଳ୍ପ ଲକ୍ଷଣ ଦେଖି ସେ ନମୁନା ପରୀକ୍ଷା କରାଇଥିଲେ। ରିପୋର୍ଟ ପଜିଟିଭ ଆସିବା ପରେ ସେ କରୋନା ଆକ୍ରାନ୍ତ ବୋଲି ଜାଣିବାକୁ ପାଇଥିଲେ। ଏହାପରେ ଗମ୍ଭୀର ନିଜେ ଏନେଇ ଟ୍ୱିଟ କରିବା ସହ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ ସେ ପରୀକ୍ଷା କରାଇବାକୁ କହିଛନ୍ତି।

Leave a Reply

Your email address will not be published. Required fields are marked *