ଆୟ ବହିର୍ଭୁକ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ର ଅତିରିକ୍ତ ଜିଲ୍ଲାପାଳ ବିଶ୍ୱଜିତ୍‍ ମହାପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଅତିରିକ୍ତ ଜିଲ୍ଲାପାଳ ବିଶ୍ୱଜିତ୍‍ ମହାପାତ୍ରଙ୍କ ଘରେ ଚଢ଼ାଉ କରୁଛି । ପୈତୃକ ବାସଭବନ ସମେତ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ । ଶ୍ରୀ ମହାପାତ୍ରଙ୍କ ଭୁବନେଶ୍ୱରର ନୟାପଲ୍ଲୀ, ବାଲିଅନ୍ତା, ଜଗତସିଂହପୁରର ଜଡ଼ାତିରା, ରଘୁନାଥପୁର ପୈତୃକ ବାସଭବନରେ ରେଡ୍ କରାଯାଇଛି । ତେବେ ଲଗାତର ଦୁଇଦିନ ହେବ ଭିଜିଲାନ୍ସ ସକ୍ରିୟ ରହିଛି । ପୂର୍ବରୁ ଜଣେ ଆଇଆଇସି ଓ ଆସିଷ୍ଟାଣ୍ଟ କଲେକ୍ଟରଙ୍କ ଘରେ ଚଢ଼ାଉ କରିଥିଲା ଭିଜିଲାନ୍ସ

Leave a Reply

Your email address will not be published. Required fields are marked *