ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ବର ରାଉଳଙ୍କ ଘରେ ଭିଜିଲାନ୍ସ ରେଡ୍

ଭଞ୍ଜନଗର : ପୁଣି ଜଣେ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜ୍ୟର ଆଉ ଜଣେ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ କରୁଛି । ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏମ୍ଆଇ ଡିଭିଜନର ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଘର ସମେତ ୬ଟି ସ୍ଥାନରେ ରେଡ୍ ଚାଲିଛି । ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାର ୬ଟି ସ୍ଥାନରେ ଏକକାଳୀନ ରେଡ୍ କରୁଛି ଭିଜିଲାନ୍ସ ।

ଭଂଜନଗର ଇରିଗେସନ୍ କଲୋନୀରେ ଥିବା କ୍ୱାଟର୍ସ, ଭଂଜନଗରରେ ଥିବା ଅଫିସ୍, ଭୁବନେଶ୍ୱର ଖଣ୍ଡଗିରିରେ ଥିବା ଫ୍ଲାଟ୍, କସ୍ମୋପଲିସ୍‌ରେ ଥିବା ଫ୍ଲାଟ୍, ଜାଗମରାରେ ଥିବା ତିନି ମହଲା କୋଠା, ଗଞ୍ଜାମ ଖଲ୍ଲିକୋଟର ଲଙ୍ଗଳେଶ୍ୱରରେ ଥିବା ପୈତୃକ ଘରେ ଏକକାଳୀନ ଚଢାଉ କରୁଛି ଭିଜିଲାନ୍ସ । ୫ ଡିଏସ୍‌ପିଙ୍କ ସମେତ ୧୧ ଇନ୍ସପେକ୍ଟର ଏହି ଚଢ଼ାଉରେ ସାମିଲ ହୋଇଛନ୍ତି। ଚଢ଼ାଉ ସମୟରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର, ବ୍ୟାଙ୍କ ପାସବୁକ ଜବତ ହୋଇଥିବା ବେଳେ ଏହାର ସମ୍ପୂର୍ଣ୍ଣ ବିବରଣୀ ମିଳିପାରିନି ।

Leave a Reply

Your email address will not be published. Required fields are marked *