ପୁରୀ ସାତପଡା ରୋଡ ହଳଦିଆଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ; ୨ ଜଣଙ୍କର ମୃତ୍ୟୁ

ବ୍ରହ୍ମଗିରି : ଗଛରେ ପିଟି ହେଲା କାର୍‌। ଚାଲିଗଲା ୨ ଜୀବନ। ଏହି ଦୁଃଖଦ ଘଟଣା ଘଟିଛି ପୁରୀ-ସାତପଡ଼ା ରାସ୍ତାର ହଳଦିଆ ଛକ ନିକଟରେ । ଗତକାଲି ରାତି ପ୍ରାୟ ସାଢ଼େ ତିନିଟା ବେଳେ ଘଟିଛି ଏହି ଦୁର୍ଘଟଣା। କାର୍‌ଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଥିଲା। ଏଥିରେ ଡ୍ରାଇଭର ଓ ଅନ୍ୟ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଡ୍ରାଇଭର ବାବୁ ଖାଁ ଓ ଧୀରେନ ପଲେଇ। ଧୀରେନଙ୍କ ଘର ବ୍ରହ୍ମଗିରି ଥାନା ସହଦେବପୁର ଗାଁରେ। ଦୁର୍ଘଟଣା ସଂପର୍କରେ ଖବର ପାଇ ଦମକଳ ବାହିନୀ ସେଠାରେ ପହଞ୍ଚିଥିଲେ। ସେମାନେ କାର୍‌ର ସମ୍ମୁଖ ଭାଗକୁ କାଟି ଡ୍ରାଇଭରଙ୍କୁ ତା’ ଭିତରୁ ବାହାର କରିଥିଲେ। ଉଭୟଙ୍କୁ ଉଦ୍ଧାର କରି ପୁରୀ ଡାକ୍ତରଖାନା ପଠାଯାଇଥିଲା। ତେବେ ସେଠାରେ ସେମାନଙ୍କୁ ମୃତ ଘୋଷଣା କରାଯାଇଥିଲା।

Leave a Reply

Your email address will not be published. Required fields are marked *