ଜୁଲାଇ ୨୯ ତାରିଖରେ ପ୍ରକାଶ ପାଇବ ମାଟ୍ରିକ୍‌ ପରୀକ୍ଷା ଫଳ, ଅଗଷ୍ଟ ତୃତୀୟ ସପ୍ତାହ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ : ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ

ଆସନ୍ତା ଜୁଲାଇ ୨୯ ତାରିଖରେ ମାଟ୍ରିକ୍‌ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଆଜି ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ବୋର୍ଡର ଦୁଇଟି ଓ୍ବେବସାଇଟ୍ ଏବଂ ଏସଏମଏସ୍ ଜରିଆରେ ମାଟ୍ରିକ୍‌ ଫଳାଫଳ ଛାତ୍ରଛାତ୍ରୀ ଜାଣିପାରିବେ ବୋଲି ସେ କହିଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି ଯେ ଅଗଷ୍ଟ ତୃତୀୟ ସପ୍ତାହ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବ । ଅଗଷ୍ଟ ତୃତୀୟ ସପ୍ତାହ ସୁଦ୍ଧା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ । ତେବେ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳ ଅଗଷ୍ଟ ଶେଷ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ।

Leave a Reply

Your email address will not be published. Required fields are marked *