ସାରା ରାଜ୍ୟରେ ୨ ରୁ ୬ ଯାଏ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ୨ ରୁ ୬ ଯାଏ ପ୍ରବଳ ବର୍ଷାରେ ଭିଜିବ ସାରା ରାଜ୍ୟ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ (ଆଜି) ରାଜ୍ୟର କୋରାପୁଟ, ମାଲକାନଗିିରି, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ, ଦେବଗଡ଼, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଏବଂ ଜଗତସିଂପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସଂଭାବନା ରହିଥିବା କହିଛି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆସନ୍ତାକାଲି ମାଲକାନଗିିରି, କଳାହାଣ୍ଡି, ସମ୍ବଲପୁର, ଝାରସୁଗୁଡ଼ା, ସୁବର୍ଣ୍ଣପୁର, ବରଗଡ଼, ବୌଦ୍ଧ, ବଲାଙ୍ଗୀର, ଦେବଗଡ଼, ଅନୁଗୁଳ ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷାର ହେବାର ସଂଭାବନା ରହିଛି । ସେହିପରି ୪ ତାରିଖରେ ଢ଼େଙ୍କାନାଳ, ଯାଜପୁର ଏବଂ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ମାଲକାନଗିିରି, କୋରାପୁଟ, ପୁରୀ, ଜଗତସିଂପୁର, କେନ୍ଦ୍ରପଡ଼ା, କେନ୍ଦୁଝର, ବୌଦ୍ଧ, ଅନୁଗୁଳ, ନୂଆପଡ଼ା, ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସଂଭାବନା ରହିଛି ।

ଆସନ୍ତା ୫ ତାରିଖରେ ସମ୍ବଲପୁର,ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ କଟକ, ଢ଼େଙ୍କାନାଳ, ଅନୁଗୁଳ ଏବଂ ସମ୍ବଲପୁରରେ ପ୍ରବଳ ବର୍ଷା ହେବାର ସଂଭାବନା ରହିଛି । ୬ ତାରିଖରେ ବରଗଡ଼, ଦେବଗଡ଼ ଏବଂ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ସଂଭାବନା ରହିଛି । ସେଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

Leave a Reply

Your email address will not be published. Required fields are marked *