ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୬୩୮ କରୋନା ପଜିଟିଭ୍‌ ଚିହ୍ନଟ,୧୫ ଜଣଙ୍କର ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୬୩୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭୩ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୬୫ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୩ ହଜାର ୯୬୧ ଛୁଇଁଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୪ ହଜାର ୯୦୮ ଜଣ। ଏବେ ବି ସକ୍ରିୟ ଅଛନ୍ତି ୭ ହଜାର ୩୬୦ ଜଣ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏପଟେ କରୋନାରେ ପୁଣି ୧୫ ଜଣଙ୍କର ମୃତ୍ୟୁ ଘଟିଛି।

Leave a Reply

Your email address will not be published. Required fields are marked *